ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡା ଜିଲ୍ଲାରେ ବଜ୍ରପାତ ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିାଗ କେନ୍ଦ୍ର ।
ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ମଧ୍ୟରେ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ନୂଆପଡା, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୌସୁମୀ ପ୍ରଭାବରେ ଜୁନ ୧ରୁ ଜୁନ ୨୧ ଯାଏଁ ଓଡ଼ିଶାରେ ୧୩୬. ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ।