ରାଜ୍ୟରେ ୧୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଉପର ତଳ ହେବାରେ ଲାଗିଛି କରୋନା ସଂକ୍ରମଣ। ଏସବୁ ମଧ୍ୟରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୯୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ହେଲେ ଚିନ୍ତା ବଢ଼ାଉଛି ଆକ୍ରାନ୍ତ ଶିଶୁଙ୍କ ସଂଖ୍ୟା। କାରଣ ଦିନକରେ ୦-୧୮ ବର୍ଷ ବୟସର ୧୧୬ ନୂଆ ରୋଗି ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୧ ଜଣ କ୍ବାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୪ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ଜଣ, ବରଗଡ଼ ଜିଲ୍ଲାରୁ ୭, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୮ ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ ଜଣ, ଗଜପତି ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୫୨ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୭, ମୟୁରଭଞ୍ଜ ଜିଲ୍ଲାରୁ ୩୮ ଜଣ, ନୟାଗଡ଼ ଜିଲ୍ଲାରୁ ୧୯ ଜଣ, ପୁରୀ ଜିଲ୍ଲାରୁ ୩୦ ଜଣ, ରାୟଗଡ଼ା ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୋନପୁର ଜିଲ୍ଲାରୁ ୩ , ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ, ଷ୍ଟେଟ ପୁଲ୍‌ରୁ ୭୯ ଜଣ ରହିଛନ୍ତି।