ଭୁବନେଶ୍ବର : ରାଜ୍ୟରେ ଆସନ୍ତା ୭ ତାରିଖରୁ ଅର୍ଥାତ ସୋମବାରରୁ ସମସ୍ତ ସ୍କୁଲ ଓ କଲେଜ ସ୍କୁଲ ଖୋଲିବ। ଏନେଇ ପ୍ରେସବାର୍ତ୍ତାରେ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। ସୋମବାରରୁ ରାଜ୍ୟରେ ଅଷ୍ଟମ ଉପରକୁ ସମସ୍ତ କ୍ଲାସ ପାଇଁ ପିଲାମାନେ ସ୍କୁଲ ଯିବେ। ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ସରକାରଙ୍କ ବଡ ନିଷ୍ପତ୍ତି ନେଇଛନ୍ତି।
ଆଜି ଏନେଇ ପ୍ରେସବାର୍ତ୍ତାରେ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ କହିଛନ୍ତି ଯେ ରାଜ୍ୟ ସରକାର ଆସନ୍ତା ସୋମବାରରୁ ଅଷ୍ଟମ ଶ୍ରେଣୀରୁ ଉପରକୁ ସମସ୍ତ ସ୍କୁଲ ଖୋଲିବ। କଲେଜ, ୟୁନିଭର୍ସିଟି, ଟେକ୍ନିକାଲ, ପ୍ରଫେସନାଲ ଶିକ୍ଷାନୁଷ୍ଠାନ ମଧ୍ୟ ଖୋଲିବ। ଏଥି ସହିତ ସମସ୍ତ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ଛାତ୍ରଛାତ୍ରୀମାନେ ଉଭୟ ଅନଲାଇନ୍ ଏବଂ ଅଫଲାଇନରେ କ୍ଲାସ କରିପାରିବେ ।
ଏଥି ସହିତ ଫେବୃଆରୀ ୧୪ ତାରିଖରୁ ଖୋଲିବ କେଜିରୁ ସପ୍ତମ ଯାଏଁ ସ୍କଲ । କେଜିରୁ ୯ମ ଯାଏଁ କ୍ଲାସ ପ୍ରମୋସନ୍ ପରୀକ୍ଷା ହେବ । ଏହି ପରୀକ୍ଷା କ୍ଲାସରୁମ ଆସେସମେଣ୍ଟ ଆଧାରରେ ହେବ । ଦଶମ, ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ବୋର୍ଡ ବ୍ୟବସ୍ଥା କରିବ ।