ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର , ୫୫ ୟୁନିଟ ରକ୍ତ ସଂଗ୍ରହ

ଗୁଣପୁର : (ସିଦ୍ଧାର୍ଥ ଦାସ) – ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ ଅବସରରେ ଆଜି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଵିଶ୍ଵବିଦ୍ୟାଳୟ ପରିସର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ମୋଟ ୫୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି।ଏହି ଶିବିରକୁ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଡ଼ଃ ଏନ . ଭି. ଜଗନ୍ନାଧା ରାଓ ଶୁଭ ଉଦଘାଟନ କରିଥିଲେ। ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ ଇଂଞ୍ଜିନିୟରିଙ୍ଗ ଆଣ୍ଡ ଟେକ୍ନୋଲୋଜି ଡିନ ଏ. ବି .ଶ୍ରୀନିବାସ ରାଓ, ଅଧ୍ୟାପକ ଭି ଗଣେଶ,କ୍ରୀଡା ଅଧିକାରୀ ରବିନ୍ଦ୍ର କୁମାର ପଣ୍ଡା,ଅଧ୍ୟାପିକା ପୂଜା ସ୍ୱାଇଁ, ଡାକ୍ତର ଏସ .ଏ ସ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ହେଚ ଡି ଏଫ ସି ବ୍ୟାଙ୍କ ଗୁଣୁପୁର ଶାଖାର ଶାଖା ପରିଚାଳକ ଜେ କିଶୋର ପାତ୍ର,ସାଇଲଜା ଲେଙ୍କା, ରଞ୍ଜିତ କୁମାର ସାହୁ ପ୍ରମୁଖ ଯୋଗଦେଇ ରକ୍ତଦାତା ମାନଙ୍କୁ ଉଚ୍ଛାହିତ କରିଥିଲେ।ଏହି ଶିବିରକୁ ଜାତୀୟ ସେବା ଯୋଜନାର ଆବାହକ ଡ଼ଃ ପ୍ରେମାନଶୁ ଶେଖର ରଥ ,କାର୍ଯ୍ୟକ୍ରମ ଅଧିକାରୀ ଜ୍ୟୋତିର୍ମୟ ମିଶ୍ର,ରଶ୍ମି ପ୍ରଭା ମହାରଣା, କୃଷ୍ଣ ପ୍ରସାଦ ଦାସ ପ୍ରମୁଖ ଶିବରକୁ ପରିଚାଳନା କରିଥିଲେ ।ଗୁଣୁପୁର ରକ୍ତ ଭଣ୍ଡାରର ଡାକ୍ତର ଲକ୍ଷଣ କୁମାର ପାତ୍ର, ଟେକ୍ନିସୀୟାନ ରାକେଶ କୁମାର ପଣ୍ଡା ,ଚନ୍ଦ୍ର ଶେଖର ପାତ୍ର,ଗୌରୀ ଶଙ୍କର ବ୍ରହ୍ମା, ରାଧାକାନ୍ତ ମହାନ୍ତି ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ। ଏହି ଶିବିରରେ ବିଶ୍ଵବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଯୋଗ ଦେଇ ଉଚ୍ଚାହର ସହ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।