ଢେଙ୍କାନାଳ ସିଭିଲ୍‌ କୋର୍ଟ ପରିସରରେ ୪ର୍ଥ ରାଷ୍ଟ୍ରୀୟଲୋକ ଅଦାଲତ

ଢେଙ୍କାନାଳ,୧୨.୧୧(ଶୁଭମ ପାଣି) : ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଦାଲତରେ ୪ର୍ଥ ରାଷ୍ଟ୍ରୀୟଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜଗଦିଶ୍ ପ୍ରସାଦ ମାହାନ୍ତି ଙ୍କ ତତ୍ତ୍ଵାବଧାନରେ ଢେଙ୍କାନାଳ ସିଭିଲ୍‌କୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଅଛି । ଏହି ଲୋକ ଅଦାଲତରେ ଜିଲ୍ଲାର ସମସ୍ତ ଅଦାଲତର ମୋଟ ୧୩୬୯ ଟି ମାମଲା ଫଏସଲା କରାଯାଇଅଛି । ସେଥିମଧ୍ୟରୁ ମୋଟର ଦୁର୍ଘଟଣାଜନିତ ୪୧ଟି , ବିବାହ ଏବଂ ପାରିବାରିକ ମାମଲା ୪୭ଟି , ଦେୱାନୀ ମାମଲା ୯୦୬ଟି , ବିଭିନ୍ନ ପ୍ରକାରର ଫୌଜଦାରୀ ମାମଲା ୩୭୫ ଟି ଏବଂ ବ୍ୟାଙ୍କ ମାମଲା ଗୁଡିକ ଆପୋଷ ଭାବରେ ସମାଧାନ କରାଯାଇଛି । ମୋଟର ଦୁର୍ଘଟଣାଜନିତ ପ୍ରାପ୍ୟବାବଦକୁ ଟ.୨ , ୫୯ , ୩୯ , ୦୦୦ / – ପ୍ରଦାନ କରାଯାଇଅଛି ଏବଂ ଅନ୍ୟାନ୍ୟ ମାମଲା ଗୁଡିକରେ ଜୋରିମାନା ଓ ବ୍ୟାଙ୍କ ଋଣ ଫସଲା ବାବଦକୁ ଟ.୨ , ୪୪ , ୭ , ୧୩୭ | – ଜିଲ୍ଲାର ସମସ୍ତ ଅଦାଲତ ମାନଙ୍କରେ ଆଦାୟ କରାଯାଇଅଛି ।

ଢେଙ୍କାନାଳ ସିଭିଲ୍‌କୋର୍ଟ ପରିସ ମଧ୍ୟରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟଲୋକ ଅଦାଲତରେ ପାରିବାରିକ ଅଦାଲତର ବିଚାରପତି ଶ୍ରୀ ସୂର୍ଯ୍ୟନାରାୟଣ ଦ୍ବିବେଦି , ଅତିରିକ୍ତ ଜିଲ୍ଲାଜଜ୍ ଡ . ଜୀବନଜ୍ୟୋତି ରଥ , ମୁଖ୍ୟ ବିଚାରବିଭାଗିୟ ମାଜିଷ୍ଟ୍ରେଟ୍ର ଶ୍ରୀ ଚିନ୍ମୟ ମିଶ୍ର , ବରିଷ୍ଟ ଦେଓାନୀବିଚାରପତି ଶ୍ରୀମତି ସତରୂପା ଶତପଥୀ , ଅତିରିକ୍ତ ବରିଷ୍ଟ ଦେୱାନୀ ଅଦାଲତ ବିଚାରପତ ଶସିରେଖା ମିଶ୍ର , ବରିଷ୍ଟ ଦେୱାନୀ ବିଚାରପତି ( ମହିଳା ଅଦାଲତ ) ଶ୍ରୀମତୀ ସାବିତ୍ରୀ ନାୟକ , ବରିଷ୍ଟ ଦେୱାନୀ ଅଦାଲତ ( ଏଲ.ଆର.ଓଏଲ୍ . ଟି.ଭି ) ବିଚାରପତି ଲୋପାମୁଦ୍ରା ପଣ୍ଡା , ଉପଖଣ୍ଡ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଶ୍ରୀ ସୁଦ୍ଧିରଂଜନ ଦାଶ , ପ୍ରଥମ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ସୁଧାଶ୍ରୀ ସୁଝଳିଆ , ଦ୍ବିତୀୟ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ଗାର୍ଗୀ ରାୟ ବିଭିନ୍ନ ଅଦାଲତ ଗୁଡିକ ପରିଚାଳନାକରିଥିଲେ ।

ଉକ୍ତଲୋକଅଦାଲତ ରେ ଅତିରିକ୍ତ ଜିଲ୍ଲାଜଜ୍ ସତନ୍ତ୍ର କୋର୍ଟ ( ଭିଜିଲାନ୍ସ ) ଶ୍ରୀମତି ସବିତା ଦାସ , ଅତିରିକ୍ତ ଜିଲ୍ଲାଜଜ୍ ତଥା ସତନ୍ତ୍ର କୋର୍ଟ POCSO ଶ୍ରୀ ଆକାଙ୍ଖିତ ମିଶ୍ର , ରେଜିଷ୍ଟ୍ରାର ସିଭିଲକୋର୍ଟ ଶ୍ରୀମତି ଅଳକାନନ୍ଦା ମହାନ୍ତି ଉପସ୍ଥିତ ଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ତଥା ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତର ବିଚାରପତି ଶ୍ରୀମତି ମମିତା ସାହୁ , ସରକାରୀ ଆଇନଜୀବି ଶ୍ରୀ ପତିତପାବନ ମହାପାତ୍ର , କନସିଲିଏଟର , ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତ ସୁଭାସିନି ମହାକୁଡ , ସ୍ଵାୟୀ ଏବଂ ନିରନ୍ତରଲୋକ ଅଦାଲତକୁ ପରିଚାଳନା କରିଥିଲେ । ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ପ୍ୟାନେଲଲୟର , ପି.ଏଲ. ଭି . , ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ସିଭିଲ୍‌କୋର୍ଟ ର ସମସ୍ତକର୍ମଚାରୀ ଉପରୋକ୍ତ ଲୋକ ଅଦାଲତକୁ ସୁଚାରରପେ ପରିଚାଳନାକରିବାରେ ସହାୟତା କରିଥିଲେ ।