ବିଷମ କଟକ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

ରାୟଗଡା/ବିଷମ କଟକ-୧୪/୧୧(ପ୍ରଫୁଲ୍ଲ କୁମାର ବେହେରା) : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁବିଷମ କଟକ ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେଵସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା,ପିଡି, ଡିଆର୍ଡିଏ ରବିନାରାୟଣ ତ୍ରିପାଠୀ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଦୟାନିଧି ବାଗ, ଉଦ୍ୟାନ କୃଷି ଉପନିର୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ,ବିଡ଼ିଓ ସଦାଶିବ ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ଶେଖ ଆଲେନୁର, ବ୍ଲକର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜି ମୋଟ ୧୧୩ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ୧୦୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଆଜିର ଅଭିଯୋଗ ଶୁଣାଣି ଶିବିରରେ ୮ ଜଣକୁ ମୁଖ୍ୟମନ୍ତ୍ରୀ ରାହତ କୋଷରୁ ୧୮୫୦୦ହଜାର ଟଙ୍କl ଏବଂ ଅନ୍ୟ ଜଣକୁ ଜିଲ୍ଲା ରେଡ଼ କ୍ରସ ସଂସ୍ଥାରୁ ୬ହଜାର ଟଙ୍କା ଜିଲ୍ଲାପାଳ ଶ୍ରୀମତୀ ସ୍ଵଧା ଦେଵସିଂ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଶ୍ରୀମତୀ ଦେଵସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।