୧୧ ରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା । ୯ ତାରିଖରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ପୁଣି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୯ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା । ଏହାର ପ୍ରଭାବରେ ଆସନ୍ତା ୧୦,୧୧ ବେଳେ ଓଡିଶା ଛୁଇଁପାରେ ମୌସୁମୀ ।
୮ ତାରିଖ ବେଳେ ବଙ୍ଗୋପସାଗରରେ ଏକ ଲଘୁଚାପ ହେବାକୁ ଯାଉଛି । ଏହାର ପ୍ରଭାବରେ ୯ରୁ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୧୦ ଓ ୧୧ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପାଇଁ ୧୦ କିମ୍ବା ୧୧ ତାରିଖରେ ଓଡ଼ିଶା ଛୁଇଁବ ମୌସୁମୀ । ଓଡ଼ିଶାକୁ ମୌସୁମୀ ଛୁଇଁବା ପରେ ରାଜ୍ୟରେ ବର୍ଷା ଜାରି ରହିବ।