ବାଣପୁର – ତା ୧୫।୨ ଆଜି ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ଓ ଗୋଦାବରୀଶ ମହାବିଦ୍ଯାଳୟର ମିଳିତ ଆନୁକୂଲ୍ଯରେ ଓ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ଯ କେନ୍ଦ୍ର ସହଯୋଗରେ ମହାବିଦ୍ଯାଳୟ ପରିସରରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଓ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିରର ଆୟୋଜନ କରାଯାଇଥିଲା । ମୋଟ ୧୩୦ ଜଣଙ୍କର ଚକ୍ଷୁ ପରୀକ୍ଷା କରାଯାଇ ସମସ୍ତଙ୍କୁ ଔଷଧ ବଣ୍ଟନ କରାଯିବା ସଂଗେ ସଂଗେ ୬୦ ଜଣଙ୍କୁ ଚଷମା ଦିଆଯାଇଥିଲା । ସେଥିମଧ୍ଯରୁ ୨୫ ଜଣଙ୍କର ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ପାଇଁ ଚିହ୍ନଟ କରାଯାଇ ୧୨ ଜଣଙ୍କୁ ଭୂବନେଶ୍ବର ରୟାଲ ରୋଟାରୀ ଚକ୍ଷୁ ଚିକିତ୍ସାଳୟକୁ ଅସ୍ତ୍ରୋପଚାର ନିମନ୍ତେ ପଠାଯାଇଅଛି । ପୁନଃଶ୍ଚ ଆସନ୍ତା କାଲି ଅବଶିଷ୍ଟ ୧୩ ଜଣଙ୍କୁ ପଠାଯିବ ।
ଚକ୍ଷୁ ବିଶେଷଜ୍ଞ ଡାକ୍ତର ଅଜୟ କୁମାର ସିଂ ଓ ସହକାରୀ ଚକ୍ଷୁ ଚିକିତ୍ସା ସହାୟକ ତଥା କ୍ଳବର ପ୍ରାକ୍ତନ ସଭାପତି ବିଜୟ କୁମାର ବେହେରା ଚକ୍ଷୁ ପରୀକ୍ଷା କରିଥିଲେ । ସେହିପରି ଖୋର୍ଦ୍ଧା ବ୍ଳଡ ବ୍ଯାଙ୍କ ଟିମଙ୍କ ଦ୍ବାରା ରକ୍ତ ସଂଗ୍ରହ କରାଯାଇଥିଲା । ମହାବିଦ୍ଯାଳୟର ଅଧ୍ଯାପକ, ଅଧ୍ଯାପିକା, ଛାତ୍ର ଛାତ୍ରୀଙ୍କ ସମେତ ଅନ୍ଯମାନେ ରକ୍ତଦାନ କରିଥିଲେ । ମୋଟ ୪୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । କ୍ଳବ ସଭାପତି ରବିନାରାୟଣ ପାଲ, ସଂପାଦକ ସୁନୀଲ କୁମାର ପାତ୍ରଙ୍କ ସମେତ ପ୍ରାକ୍ତନ ସଭାପତି ବିଜୟ କୁମାର ନନ୍ଦ, ଓମ ପ୍ରକାଶ ଅଗ୍ରୱାଲ, ସୁରେଶ କୁମାର ବେହେରା, ଧୀରେନ୍ଦ୍ରନାଥ ପାତ୍ର, ପଦ୍ମନାଭ ମାଝି, ରବିନାରାୟଣ ନାୟକ ଓ ଆସନ୍ତା ବର୍ଷର ସଭାପତି ପାଇଁ ମନୋନୀତ ସଦସ୍ଯ ନନ୍ଦକିଶୋର ମିଶ୍ର ଏବଂ ସଦସ୍ଯ ବିପ୍ଳବ କୁମାର ମୁଦୁଲି, ସୂର୍ଯ୍ଯନାରାୟଣ ସେନାପତି, ସଚ୍ଚିଦାନନ୍ଦ ସେଠୀ, ହିମାଂଶୁ କୁମାର ପାତ୍ର, ଶ୍ଯାମ ସୁନ୍ଦର ପୃଷ୍ଟି, ପ୍ରଭୁଦତ୍ତ ସୁବୁଦ୍ଧିଙ୍କ ସମେତ ମହାବିଦ୍ଯାଳୟ ଅଧ୍ଯକ୍ଷ ବିନାୟକ ହୋତା, ଉପାଧ୍ଯକ୍ଷ ଏସ ପି ଏନ ଏସ ବର୍ମା, ଅଧ୍ଯାପକ ଆଦିତ୍ଯ ସାରଥୀ ବେଦମତା, ଲକ୍ଷ୍ମୀ ପ୍ରସାଦ ମିଶ୍ର, ସୂଜାତା ମିଶ୍ର, ସତ୍ଯାନନ୍ଦ ମହାରଣା ଓ ବୈରାଗି ଚରଣ ବଳ ପ୍ରମୂଖ ଶିବିରକୁ ପରିଚାଳନା କରିଥିଲେ ।