ଜଟଣୀ :(ସଞ୍ଜୟ କର ) ଜଟଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ 84ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ 72ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି 08ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ 2ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଦୁଇ ଜଣଙ୍କୁ ରେଡକ୍ରସରୁ 10ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି ।ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ମାନ୍ୟବର ବିଧାୟକ, ଜଟଣୀ ସୁରେଶ ଚନ୍ଦ୍ର ରାଉତ ରାୟ .ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଭୁବନେଶ୍ୱର ଡ଼ି ସି ପି ଙ୍କ ପ୍ରତିନିଧି ଭାବେ ଏ ସି ପି ଜୋନ -4, ଭୁବନେଶ୍ୱର,
ଉପ ଜିଲ୍ଲାପାଳ, ଦେବବ୍ରତ ସାହୁ, ବିଡିଓ , ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ |