ରାଜ୍ୟରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି । ମୃତକ ହେଲେ ୫୫ବର୍ଷୀୟ ପୁରୁଷ । ଏହି ମୃତ ବ୍ୟକ୍ତିଙ୍କୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ, ପୂର୍ବରୁ ୯ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରେ ୪ଜଣ ଖୋର୍ଦ୍ଧାର ଓ ୪ଜଣ ଗଞ୍ଜାମ ଜିଲ୍ଲାର ଥିଲେ ଓ ଅନ୍ୟ ଜଣେ କଟକରୁ । ପୁଣି ଗଞ୍ଜାମରେ ଆଜି ଜଣେ ସଂକ୍ରମଣରେ ମୃତ୍ୟୁ ଘଟିଛି ।ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି ।