ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ ।

ଭୁବନେଶ୍ବର ୨୦।୬:ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୨ ଜଣଙ୍କ ଜୀବନ ଗଲାଣି
ତେବେ ମୃତକ ଜଣଙ୍କ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ପୁରୀ ଜିଲ୍ଲାରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ତାଙ୍କ ବୟସ ୬୦ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।