ଢେଙ୍କାନାଳ,(ଶୁଭମ ପାଣି):ଅଦ୍ୟ ତା-୦୯.୦୩.୨୦୨୪ ରିଖ ଦିନ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଦାଲତରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଜିଲ୍ଲା ଓ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜଗଦିଶ୍ ପ୍ରସାଦ ମାହାନ୍ତିଙ୍କ ତତ୍ବାବଧାନରେ ଢେଙ୍କାନାଳ ସିଭିଲ୍କୋର୍ଟ ପରିସର ମଧ୍ୟରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ଏହି ଲୋକ ଅଦାଲତରେ ଜିଲ୍ଲାର ସମସ୍ତ ଅଦାଲତର ମୋଟ୧୫୩୭ଟି ମାମଲା ଫଏସଲା କରାଯାଇଅଛି । ସେଥିମଧ୍ୟରୁ ମୋଟର ଦୁର୍ଘଟଣାଜନିତ ୨୪ଟି, ବିବାହ ଏବଂ ପାରିବାରିକ ମାମଲା ୪ଟି, ଦେଓନୀ ମାମଲା ୮୦ ଟି, ବିଭିନ୍ନ ପ୍ରକାରର ଫୌଜଦାରୀ ମାମଲା ୧୪୫ଟି, ରାଜସ ମାମଲା ୧୨୮୪ଟି ସମାଧାନ କରାଯାଇଛି ଏବଂ ବ୍ୟାଙ୍କ ମାମଲା ଗୁଡିକ ଆପୋଷ ଭାବରେ ସମାଧାନ କରାଯାଇଛି । ମୋଟର ଦୁର୍ଘଟଣାଜନିତ ପ୍ରାପ୍ୟବାବଦକୁ ଟ.୧,୧୨,୬୦,୦୦୦/- ପ୍ରଦାନ କରାଯାଇଅଛି ଏବଂ ଅନ୍ୟାନ୍ୟ ମାମଲା ଗୁଡିକରେ ଜୋରିମାନା ଓ ବ୍ୟାଙ୍କ ରଣ ଫଏସଲା ବାବଦକୁ ଟ. ୩୯୩୭୪୧୪ / – ଜିଲ୍ଲାର ସମସ୍ତ ଅଦାଲତ ମାନଙ୍କରେ ଆଦାୟ କରାଯାଇଅଛି । ଢେଙ୍କାନାଳ ସିଭିଲ୍କୋର୍ଟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟଲୋକ ଅଦାଲତରେ ପାରିବାରିକ ଅଦାଲତର ବିପଚାରପତି ଶ୍ରୀ ସୂର୍ଯ୍ୟନାରାୟଣ ଦ୍ବିବେଦି, ବରିଷ୍ଟ ଦେୱାନୀ ବିଚାରପତି ଶ୍ରୀମତି ସତରୂପା ଶତପଥୀ, ବରିଷ୍ଟ ଦେଓନୀ ଅଦାଲତ (ଏଲ.ଆର.ଓଏଲ୍. ଟି.ଭି) ବିଚାରପତି ମୋନାଲିସା ପଟ୍ଟନାୟକ, ବରିଷ୍ଟ ଦେଓନୀ ବିଚାରପତି ( ମହିଳା ଅଦାଲତ) ଶ୍ରୀମତି ସୁନିତା ରାଉତ, ପ୍ରଥମ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ସୁଧାଶ୍ରୀ ସୁର୍ଝଳିଆ, ଦ୍ବିତୀୟ ଶ୍ରେଣୀ ବିଚାରବିଭାଗିୟ ମାଜିଷ୍ଟ୍ରେଟ ସୁପ୍ରାସି ସୋନାଲି ମହାପାତ୍ର ବିଭିନ୍ନ ଅଦାଲତ ଗୁଡିକ ପରିଚାଳନାକରିଥିଲେ । ଉକ୍ତ ଲୋକ ଅଦାଲତ ରେ ଅତିରିକ୍ତ ଜିଲ୍ଲାଜଜ୍ ତଥା ପୋକ୍ସ କୋର୍ଟ ଶ୍ରୀଯୁକ୍ତ ଆକାଂକ୍ଷିତା ମିଶ୍ର, ମୁଖ୍ୟ ବିଚାରବିଭାଗିୟ ମାଜିଷ୍ଟ୍ରେଟ୍ର ଶ୍ରୀମତି ଅଂଜଳି କୁମାରୀ ପାଢୀ, ରେଜିଷ୍ଟ୍ରାର ସିଭିଲକୋର୍ଟ ଶ୍ରୀମତି ଅଳକାନନ୍ଦା ମହାନ୍ତି ଉପସ୍ଥିତ ଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ତଥା ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତର ବିଚାରପତି ଶ୍ରୀମତି ମମିତା ସାହୁ, ସରକାରୀ ଆଇନଜୀବି ଶ୍ରୀ ପତିତପାବନ ମହାପାତ୍ର, କନସିଲିଏଟର, ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାତ ସୁଭାସିନି ମହାକୁଡ, ସ୍ଥାୟୀ ଏବଂ ନିରନ୍ତରଲୋକ ଅଦାଲତକୁ ପରିଚାଳନା କରିଥିଲେ । ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ପ୍ୟାନେଲଲୟର, ପି.ଏଲ. ଭି., ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ସିଭିଲ୍କୋର୍ଟ ର ସମସ୍ତକର୍ମଚାରୀ ଉପରୋକ୍ତ ଲୋକ ଅଦାଲତକୁ ସୁଚାରରପେ ପରିଚାଳନାକରିବାରେ ସହାୟତା କରିଥିଲେ ।