ନୂଆଦିଲ୍ଲୀ:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଚଳିତ ବର୍ଷ କେବଳ ପୁରୀରେ କଡ଼ା କଟକଣା ଭିତରେ ଭକ୍ତଶୂନ୍ୟ ରଥଯାତ୍ରାର ଆୟୋଜନ କରିବାକୁ ସୁପ୍ରିମ୍ କୋର୍ଟ ଓଡ଼ିଶା ରାଜ୍ୟ ସରକାରଙ୍କୁ ଅନୁମତି ଦେଇଛନ୍ତି। ମମଲାର ଚୂଡ଼ାନ୍ତ ରାୟ ଶୁଣାଇ ମୁଖ୍ୟବିଚାରପତି ଜଷ୍ଟିସ୍ ଏସ୍.ଏ. ବୋବଡେ କହିଛନ୍ତି ଯେ କେବଳ ପୁରୀ ପାଇଁ ରଥଯାତ୍ରା ଲାଗି ଅନୁମତି ଦେଲୁ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ସଂକ୍ରମଣ ଯେପରି ନ ବଢିବ ସେଥିପ୍ରତି ରାଜ୍ୟ ସରକାର ଦାୟିତ୍ୱ ନେବେ ବୋଲି ନିଷ୍ପତି ହୋଇଛି
। ସବୁ ବିଭାଗ ପ୍ରସ୍ତୁତ ଥିବା କହିଛନ୍ତି ପୁରୀ ଜିଲ୍ଲାପାଳ।