ଗତକାଲି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପଞ୍ଚାୟତର ପଦ୍ମପୁର ଛକ ଠାରେ ନିର୍ବାଚ଼ନୀ କାର୍ଯ୍ୟାଳୟ କୁ ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଉଦଘାଟନ କରିଥିଲେ,ଏହାପରେ ଚ଼ଳଚ୍ଚିତ୍ର ଅଭିନେତ୍ରୀ ଶ୍ରୀମତୀ ପିଙ୍କି ପ୍ରଧାନ ଏବଂ ଉପସ୍ଥିତ ଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ସହ ଗମ୍ଭାରୀମୁଣ୍ଡା ବଜାରରେ ବିଶାଳ ଜନସମ୍ପର୍କ ପଦଯାତ୍ରା କରି ପତିତପାବନ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚିଥିଲେ।ତା’ପରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ତଥା ଚି଼ଲିକା ବିଧାନସଭା କ୍ଷେତ୍ରର ଭାଜପା ସଂଯୋଜକ ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଶାଳ କାର୍ଯ୍ୟକର୍ତ୍ତା ସମାବେଶରେ ଚ଼ିଲିକାର ପ୍ରାକ୍ତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ,ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ,ବିଜେପି ନେତ୍ରୀ ତଥା ଚ଼ଳଚ୍ଚିତ୍ର ଅଭିନେତ୍ରୀ ଶ୍ରୀମତୀ ପିଙ୍କି ପ୍ରଧାନ,ବିଶିଷ୍ଟ ସମାଜସେବୀ ଡ଼ାଃ ସୁରେନ୍ଦ୍ର ନାଥ ଦାସ,ବରିଷ୍ଠ ନେତା ଶ୍ରୀ ଗୋଲକ ବିହାରୀ ପଟ୍ଟନାୟକ,ଜିଲ୍ଲା ଭାଜପା ଉପସଭାପତି ଶ୍ରୀ ବିଜୟ ବିଶ୍ବାଳ, ବରିଷ୍ଠ ବିଜେପି ନେତା ଶ୍ରୀ ରମେଶ ଚ଼ନ୍ଦ୍ର ସାମନ୍ତସିଂହାର,ମଣ୍ଡଳ ସଭାପତି ଶ୍ରୀ ସୌମ୍ୟରଞ୍ଜନ ସାମନ୍ତରାୟ,ଗମ୍ଭାରୀମୁଣ୍ଡା ପଞ୍ଚାୟତର ସମିତିସଭ୍ୟା ଶ୍ରୀମତୀ ଅନିତା ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।ଭାଜପା ବିଧାୟକ ପ୍ରାର୍ଥୀ ଶ୍ରୀ ହରିଚ଼ନ୍ଦନ ପ୍ରତି ଜମିକୁ ପାଣି ଓ ପ୍ରତି ହାତକୁ କାମର ସଂକଳ୍ପ ନେଇ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ସାମଗ୍ରିକ ଓ ଅର୍ଥନୈତିକ ବିକାଶ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ଏବଂ ଚ଼ିଲିକା ଜନସାଧାରଣଙ୍କ ସହ ସବୁ ସମୟରେ ମୁଁ ଜଡ଼ିତ ଥିଲି, ଅଛି ଏବଂ ଆଗାମୀ ଦିନରେ ରହିବି ବୋଲି କହିଥିଲେ।ଚ଼ଳଚ୍ଚିତ୍ର ଅଭିନେତ୍ରୀ ତଥା ବିଜେପି ନେତ୍ରୀ ଶ୍ରୀମତୀ ପିଙ୍କି ପ୍ରଧାନ ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଓ ପୁରୀ ଲୋକସଭା କ୍ଷେତ୍ରର ଭାଜପା ସାଂସଦ ପ୍ରାର୍ଥୀ ଡ଼ାଃ ସମ୍ବିତ ପାତ୍ର ଙ୍କୁ ବିପୁଳ ମାତ୍ରାରେ ପଦ୍ମ ଫୁଲ ଚିହ୍ନରେ ଭୋଟ ଦେଇ ଜୟଯୁକ୍ତ କରିବାକୁ କାର୍ଯ୍ୟକର୍ତ୍ତା ମାନଙ୍କୁ ଆହ୍ୱାନ କରିବା ସହ ମୋଦି ସରକାରଙ୍କ ଜନହିତକାରୀ ଯୋଜନା ବିଷୟରେ କହିଥିଲେ।ଏହି ସମାବେଶରେ ଚ଼ାରି ଦିନ ତଳେ ବିଜେଡ଼ିରେ ମିଶିଥିବା କାର୍ଯ୍ୟକର୍ତ୍ତା ମାନେ ଭାରତୀୟ ଜନତା ପାର୍ଟି କୁ ଫେରି ଆସିଥିଲେ।ସେହି କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ଡ଼ାଃ ହରିଚ଼ନ୍ଦନ ଓ ଶ୍ରୀ ହରିଚ଼ନ୍ଦନ।ଏହି ସମାବେଶରେ ୫୦୦ ରୁ ଉର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।