ବାଲିଗୁଡା ,ତା, ୦୭/୦୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ସ୍ଥିତ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ ଯୋଗ ଦେଇଥିବା ବେଳେ ପ୍ରଧାନ ଶିକ୍ଷକ ଶିଶିର ପଟ୍ଟନାୟକ ସଭାପତିତ୍ୱ କରିଥିଲେ । ସମ୍ମାନିତ ଅତିଥି ଭାବେ ବୁଦ୍ଧିଜୀବୀ ସୁଧୀରସେନ ପରିଛା ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି କ୍ରୀଡା ଉତ୍ସବରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କୃତ କାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା । ଏଥି ସହିତ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କ୍ରୀଡା ଶିକ୍ଷକ ସାମନ୍ତ ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷୟତ୍ରୀ ଅଞ୍ଜଳି ପ୍ରଧାନ ସ୍କୁଲର ବାର୍ଷିକ ବିବରଣୀ ପାଠ କରିଥିଲେ । ଶିକ୍ଷୟତ୍ରୀ ସ୍ମିତାରାଣୀ ମହାପାତ୍ର, ଦୀପ୍ତି ନାୟକ, ସନିତା ପ୍ରଧାନ, ବନ୍ଦନା ଜେନା, ଶିକ୍ଷକ ସୌମ୍ୟ ରଞ୍ଜନ ସାହୁ, ଶଙ୍କର ହରିପ୍ରସାଦ ସ୍ୱାଇଁ ପ୍ରମୁଖ ଯୋଗ ଦେଇ ପରିଚାଳନାରେ ସହଯୋଗ କରିଥିଲେ