ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ପ୍ରତାପ ଷଡ଼ଙ୍ଗୀ ଙ୍କ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି

ଭୁବନେଶ୍ୱର:୨୨।୦୭: ସମାଜସେବୀ ତଥା ମୋଟିଭେସନ୍‌ନାଲ୍ ସ୍ପିକର ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ ପ୍ରକ୍ରିୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଚିଠି ଲେଖିଛନ୍ତି।

ଏହି ଘଟଣାରେ ଜିଆର୍‌ପିର ତଦନ୍ତ ସନ୍ତୋଷଜନକ ନୁହେଁ, ତେଣୁ କମିଶନରେଟ୍ ପୋଲିସକୁ ତଦନ୍ତ ପ୍ରକ୍ରିୟାରେ ସାମିଲ କରାଯାଉ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ଅନ୍ୟପକ୍ଷରେ, ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ଏହି ଘଟଣାରେ ଲାଏ ଡିଟେକ୍ସନ ଟେଷ୍ଟ ଦାବି କରିଛନ୍ତି।  ନିଜର ଓ ଆଦିତ୍ୟଙ୍କ ସହଯୋଗୀ ପପୁ, ବିକାଶ ଓ ଦୀପୁର ଲାଏ ଡିଟେକ୍ସନ ଟେଷ୍ଟ କଲେ ଅନେକ ସତ୍ୟ ପଦାକୁ ବାହାରିବ ବୋଲି ବିଦ୍ୟାଶ୍ରୀ କହିଛନ୍ତି।

ଗତ ୬ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା।