ଭୁବନେଶ୍ୱର:୨୭।୦୭: ଆସନ୍ତା ୨୯ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ। ଚଳିତ ବର୍ଷ ରାଜ୍ୟର ପ୍ରାୟ ୫ ଲକ୍ଷ ୬୦ ହଜାର ପରିକ୍ଷାର୍ଥୀ ୨୮୮୮ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ୬୦ ଟି କେନ୍ଦ୍ରରେ ମୂଲ୍ୟାୟନ ହୋଇଥିଲା। ଫେବୃଆରୀ ୧୯ ରୁ ମାର୍ଚ୍ଚ ୨ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ବୋର୍ଡ଼ ର ୨ଟି ୱେବସାଇଟ ସହ, sms ମାଧ୍ୟମରେ ରେଜଲ୍ଟ ପାଇପାରିବେ।
୨୬ ମେ ରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ପୂର୍ବରୁ ମାର୍ଚ୍ଚ ୧୯ ତାରିଖରେ ଗୋଟିଏ ଦିନ ପାଇଁ ମୂଲ୍ୟାୟନ ହୋଇଥିଲା। ହେଲେ କରୋୋନା ଯୋଗୁ ଲକଡାଉନ ହେବାରୁ ଏହା ସ୍ଥଗିତ ରହିଛି। ସେହିପରି ମେ ୨୦ ରେ ସ୍ଥିର ହୋଇଥିଲା ଖାତା ଦେଖା। ହେଲେ ଅମ୍ପନ ବାତ୍ୟା ପାଇଁ ଏହା ମେ ୨୧ କୁ ପରିବର୍ତ୍ତନ କରାଯାଇଥିଲା। ତେବେ କିଛି ଅଂଚଳରେ ବାତ୍ୟା ପ୍ରଭାବି ହୋଇଥିବାରୁ, ଏହାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିଲା।