କରୋନାରୁ ଆରୋଗ୍ୟ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ନୁଆଦିଲ୍ଲୀ,୯।୮: କରୋନାରୁ ଆରୋଗ୍ୟ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଅଗଷ୍ଟ ୨ ତାରିଖରେ ଶାହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହରିୟାଣା ଗୁରୁଗ୍ରାମର ମେଦାନ୍ତ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଆଜି ତାଙ୍କର କରୋନା ରିପୋର୍ଟ ନେଗେଟିଭ୍‌ ଆସିଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମନୋଜ ତିୱାରୀ।