ଭୁବନେଶ୍ୱର,୧୨।୧୦: ପୂର୍ବତନ ବାଚସ୍ପତି ଶରତ କରଙ୍କ ଦେହାନ୍ତ । ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । କଟକ ମହାଙ୍ଗାରୁ ସେ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୭୧ ମସିହାରେ ସେ ପ୍ରଥମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ଓଡିଶା ବିଧାନସଭାର ସେ ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇଥିଲେ।