ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଂଚଳରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ରାଜ୍ୟର ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଉକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼।୨୪ ଘଣ୍ଟାରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ
ପାଣିପାଗ ବିଭାଗର ଆକଳନ ଅନୁସାରେ, ୭ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିଭଳି ୮ ତାରିଖ ଦିନ ମାଳକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।
୯ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।