ରେକର୍ଡ ଭାଙ୍ଗିଲା ମୃତ୍ୟୁ ସଂଖ୍ୟା, ଦିନକରେ କରୋନା ନେଲା ୨୭ ଜଣଙ୍କ ଜୀବନ

ଭୁବନେଶ୍ବର: ଚିନ୍ତା ବଢ଼ାଉଛି କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨,୫୨୩ ପଜିଟିଭ ମାମଲା ସାମ୍ନାକୁ ଆସିଥିବା ବେଳେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଆଜି ଖୋର୍ଦ୍ଧା, କୋରାପୁଟରୁ ୪ ଜଣ ଲେଖାଏଁ, ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, ବରଗଡ, ବଲାଙ୍ଗୀର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ, ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।