ଯୁକ୍ତ ଦୁଇ ପରୀକ୍ଷା ବାତିଲ

ଭୁବନେଶ୍ଵର, ୦୪/୦୬ : ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍‌ ଘୋଷଣା କରିଛନ୍ତି । ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାରା ଦେଶରେ କୋଭିଡ ମହାମାରୀର ଦ୍ଵିତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ଵରେ ରହିଛି ମଣିଷ ଜୀବନର ସୁରକ୍ଷା । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ଵାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ଵାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।