ହ୍ରାସ ପରେ ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୫୬ ପଜିଟିଭ୍ ଚିହ୍ନଟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ୨୩।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୭୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୮୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଖୋର୍ଦ୍ଧା ସର୍ବାଧିକ ୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦, ଯାଜପୁରରୁ ୨୬୭, ଭଦ୍ରକରୁ ୧୯୪, ମୟୂରଭଂଜରୁ ୧୮୦, ବାଲେଶ୍ୱରରୁ ୧୭୪,, କେନ୍ଦ୍ରାପଡ଼ାରୁ ୧୪୭ ଓ ଅନୁଗୁଳରୁ ୧୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ନୟାଗଡ଼ରୁ ୧୨୬, କେନ୍ଦୁଝରରୁ ୭୩, ବରଗଡ଼ରୁ ୬୯, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୨୫, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୫୭, ଗଜପତିରୁ ୧୭, ଗଂଜାମରୁ ୧୯, ଜଗତସିଂହପୁରରୁ ୮୧, ଝାରସୁଗୁଡ଼ାରୁ ୨୦, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୧, ମାଲକାନଗିରିରୁ ୮୨ ଓ କୋରାପୁଟରୁ ୮୧, ନବରଙ୍ଗପୁରରୁ ୪୨ ଆକ୍ରାନ୍ତ, ଚିହ୍ନଟ ହୋଇଛନ୍ତି।