୨୪ଘଣ୍ଟାରେ ୪୬ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୬୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୪୨୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୮୯୬୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।