ରାଜ୍ୟରେ ଦିନକରେ ୨୨୧୫ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା। ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ଦୈନନ୍ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦିନକରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୪୩ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୦ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୭୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୩୪୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୧୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୧୨୪ଜଣ, ଝାରସୁଗୁଡ଼ା ଜିଲ୍ଲରାୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନାଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୬୯ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୮୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍‌ରୁ ୧୦୦ଜଣ ରହିଛନ୍ତି ।