ଭୁବନେଶ୍ବର, ୧୧/୦୮: ଯୁକ୍ତ୨ କଳା, ବିଜ୍ଞାନ, ବାଣଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତାକାଲିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ମାଟ୍ରିକ୍ ପାସ୍ କରିଥିବା ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଆବେଦନ କରିପାରିବେ। ସେପ୍ଟେମ୍ବର ୧୩ ପୂର୍ବାହ୍ନରେ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ଏବଂ ୧୪ରୁ ୨୧ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ । ସେପ୍ଟେମ୍ବର ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପ୍ରକାଶ କରାଯିବ । ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ମଧ୍ୟରେ ହେବ । ଅକ୍ଟୋବର ୪ରେ ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀଙ୍କ ତାଲିକା ପ୍ରକାଶ ପାଇବ ।
ସଂପୂର୍ଣ୍ଣ ବିବରଣୀ ପାଇଁ ଡାଉନଲୋଡ କରନ୍ତୁ :