ଗୁଣୁପୁର ଠାରେ ଏକ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୯ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ଅନୁମୋଦନ କରାଯାଇଥିବାରୁ ବିଜୁ ଜନତା ଦଳ ପକ୍ଷରୁ ଧନ୍ୟବାଦ୍ ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଣୁପୁର, (ସିଦ୍ଧାର୍ଥ ଦାଶ) ଗୁଣୁପୁର ଠାରେ ଏକ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୯ କୋଟି ୫୦ ଲକ୍ଷ ଟଙ୍କା ଅନୁଦାନ ଅନୁମୋଦନ କରାଯାଇଥିବା ଯୋଗୁଁ ସ୍ଥାନୀୟ ବିଜୁ ଜନତା ଦଳ ପକ୍ଷରୁ ଧନ୍ୟବାଦ୍ ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ମଞ୍ଚାସୀନ ଅତିଥି ଭାବେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା , ବିଜୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ଉପଦେଷ୍ଟା ଶ୍ରୀ ସୁଧୀର କୁମାର ଦାସ, ଗୁଣପୁର ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗ, ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ଅଶ୍ୱିନୀ ଗମାଙ୍ଗ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ସତାଧିକ କ୍ରୀଡା ପ୍ରେମୀ , ଗୁଣପୁର ଅଞ୍ଚଳର ବୁଦ୍ଧିଯିବି ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ କୁ ରାୟଗଡା ଜିଲ୍ଲା ଛାତ୍ର ବିଜୁ ଜନତା ଦଳର ସଭାପତି ବିଷ୍ନୁ ପଣ୍ଡା ଆୟୋଜନ କରିଥିଲେ।