ଭୁବନେମ୍ବର : ରାଜ୍ୟରେ ଭୋଟର ସଂଶୋଧନ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ଯେଉଁମାନଙ୍କର ବୟସ ଆସନ୍ତା ୨୦୨୨ ଜାନୁୟାରୀ ୧ ତାରିଖ ସୁଦ୍ଧା ୧୮ ବର୍ଷ କିମ୍ବା ତଦୁର୍ଦ୍ଧ୍ବ ହେଉଛି ସେମାନେ ନାମ ପଂଜୀକରଣ ପାଇଁ ଆବେଦନ କରିପାରିବେ । ଏଥି ସହିତ ଯଦି ଆପଣଙ୍କର ଭୋଟ୍ର କାର୍ଡରେ କୌଣସି ଭୁଲ ରହିଛି ଯାହାର ସଂଶୋଧନ ହେବ କିମ୍ବା ଠିକଣା ପରିବର୍ତ୍ତନ କରିବାକୁ ଚାହିୁଁଛନ୍ତି ସେମାନେ ମଧ୍ୟ ଆବେଦନ କରିପାରିବେ। ଏହି ସଂଶୋଧନ ପ୍ରକ୍ରିୟା ଆସନ୍ତା ନଭେମ୍ବର ୧ ତାରିଖରୁ ଆରମ୍ଭ ହୋଇ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ।
ଜାଣନ୍ତୁ କେମିତି କରିବେ ଆବେଦନ
ଯେଉଁମାନେ ଭୋଟର ଲିଷ୍ଟକୁ ସଂଶୋଧନ ବା ନାମ ଯୋଗ କରିବାକୁ ଚାହୁଁଛନ୍ତି ସେମାନେ ଏସବୁ ମାଧ୍ୟମରେ ଆବେଦନ କରିପାରିବେ।
୧- ଭୋଟର ଚାଲିକାରେ ସଂଶୋଧନ କରିବାକୁ ଚାହୁଁଥିଲେ ଆପଣ ମୋବାଇଲ ଆପ ମାଧ୍ୟମରେ କରିପାରିବେ। ଆପଣ ପ୍ଲେ ଷ୍ଟୋରକୁ ଯାଇ ଭୋଟର ହେଲ୍ପଲାଇନ ଆପ ଡାଉନଲୋଡ କରି ଆବେଦନ କରିପାରିବେ।
୨-ଆପଣ ଅନଲାଇନରେ ମଧ୍ୟ ଏହି ଆବେଦନ କରିପାରିବେ www.voterportal.ed.gov.in କିମ୍ବା www.nvsp.in ରେ ଲଗଅନ କରି ଆବେଦନ କରିପାରିବେ ।
୩- ଭୋଟର ସହାୟତା କେନ୍ଦ୍ର ମାଧ୍ୟମରେ ମଧ୍ୟ ଆପଣ ଏହି ସଂଶୋଧନ ପାଇଁ ଆବେଦନ କରିପାରିବେ ।
ଅଧିକ ତଥ୍ୟ ପାଇଁ ଆପଣ ଭୋଟର ହେଲପ ଲାଇନ ୧୯୫୦ କୁ ଫୋନ କରି ମଧ୍ୟ ସମସ୍ତ ତଥ୍ୟ ବୁଝିପାରିବେ।