ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେଵଙ୍କୁ ମିଳିଲା ଜାମିନ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ

କଟକ: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେଵଙ୍କୁ ମିଳିଲା ଜାମିନ । ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ନିମ୍ନ ଅଦାଲତ ଜାମିନର ସର୍ତ୍ତ ରଖିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ପରେ ତଳ କୋର୍ଟ କିଛି ସର୍ତ୍ତ ରଖିଛନ୍ତି । ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ସର୍ତ୍ତ ରହିଛି । ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ପ୍ରଶାନ୍ତଙ୍କୁ ନିର୍ଦ୍ଦେଶ ହୋଇଛି । ଏହା ସହିତ ତଦନ୍ତ ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଏନଏସିରେ ଆବାସ ଯୋଜନା ବାଣ୍ଟିବା ବେଳେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେଵ ବାଲୁଗାଁ ବିଜେପି ସଭାପତି ନିରଞ୍ଜନ ସେଠୀଙ୍କୁ ମାଡ଼ ମାରିଥିବା ବାଲୁଗାଁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ବିଧାୟକ ଫେରାର ରହି ଉଚ୍ଚ ନ୍ୟାୟାଳୟରେ ଜାମିନ ଆବେଦନ କରିଥିଲେ । ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବେଲ୍‌ ଆବେଦନ ଖାରଜ କରିଥିଲେ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେଵଙ୍କୁ ମିଳିଲା ଜାମିନ । ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ ।