ଢେଙ୍କାନାଳ, ତା, ୧୨/୦୭(ଶୁଭମ ପାଣି ): ଆଜି ଜିଲ୍ଲା କାର୍ଯ୍ୟାଳୟସ୍ଥ ଓସୱାନ ଭିଡିଓ କନଫରେନସିଙ୍ଗ ହଲଠାରେ ଜିଲ୍ଲାର କୋଭିଡ ପରିଚାଳନା ଓ ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ କୋଭିଡ ସଂକ୍ରମଣ ବୃଦ୍ଧି ଘଟୁଥିବାରୁ ଜନଗହଳି ଠାରୁ ଦୂରେଇ ରହିବା, ସଭା ସମିତି ଆୟୋଜନ ସମୟରେ ମାସ୍କ ପରିଧାନକୁ ଗୁରୁତ୍ବ ଦେବା ଓ ପରିଷ୍କାର ପରିଚ୍ଛନ୍ନତା ପ୍ରତି ଦୃଷ୍ଟି ଦେବାକୁ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ସମସ୍ତ ସ୍କୁଲ ପିଲାମାନେ ମାସ୍କ ପରିଧାନ କରି ସ୍କୁଲ ଆସିବାକୁ ଓ ସେମାନଙ୍କର ଟୀକାକରଣ ଉପରେ ଗୁରୁତ୍ବ ଦେବାକୁ
ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଟେଷ୍ଟିଙ୍ଗ କରିବା ସହିତ ଟୀକାକରଣ ବୃଦ୍ଧି କରିବାକୁ ସେ ସ୍ବାସ୍ଥ୍ୟ ଅଧିକାରୀମାନଙ୍କୁ ମଧ୍ୟ କହିଛନ୍ତି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ( ରାଜସ୍ବ ) ଏବଂ ଶ୍ରୀ ରମେଶ ଚନ୍ଦ୍ର ସେଠୀ (ସାଧାରଣ ) ଓ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ସଦର ଉପଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧା ରାଣୀ ଧଳ, ହିନ୍ଦୋଳ ଉପଜିଲ୍ଲାପାଳ ଶ୍ରୀ ଶିବାନନ୍ଦ ସ୍ଵାଇଁ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସୌଦାମିନୀ ସାହୁ, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ଶୁଭେନ୍ଦୁ କୁମାର ଖୁଣ୍ଟିଆ, ଆପତି କାଳୀନ ଅଧିକାରୀ ଶ୍ରୀମତୀ ସ୍ନିଗ୍ଧା। ଛାୟା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।