କନ୍ଧମାଳ : ନେହରୁ ଯୁବ କେନ୍ଦ୍ର ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରଠାରେ ନେହରୁ ଯୁବ କେନ୍ଦ୍ର ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଭାରତର ପ୍ରତ୍ୟେକ ଜ଼ିଲ୍ଲାରେ ଅନୁଷ୍ଠିତ ହେବ। ୩୦ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। କାର୍ଯ୍ୟକ୍ରମକୁ ଭାରତର କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭ ଉଦଘାଟନ କରିଛନ୍ତି। ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଫୁଲବାଣୀ ସହର ଠାରେ ସ୍ଵଛ ଭାରତ କାର୍ଯ୍ୟକ୍ରମ କରାଯାଇଛି। ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସାଂସଦ ରାଧାକାନ୍ତ ଡିଗାଲ, ଶାରୀରିକ ପ୍ରଶିକ୍ଷକ ଅଧିକାରୀ ରଙ୍କନିଧି ବେହେରା ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର, ସହକର୍ମୀ ସତ୍ୟବାନ ଦଳବେହେରା, ସ୍ୱେଚ୍ଛାସେବୀ ସୋନାଲି ଡିଗାଲ, ରୀତିମା ବାଘ, ଚନ୍ଦ୍ରମଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ, ମିନି କହଁର, ସୁଭଦ୍ରା ମଲ୍ଲିକ, ଗୋବିନ୍ଦ କହ୍ନର, ସମୀର ପ୍ରଧାନ, ସୁରଭି କହ୍ନର, ପାନୁଆଲ ଡିଗାଲ, ବିକାଶ ନାୟକ, ଦିଗବିଜୟ ପ୍ରଧାନ, ଅଜିତ ମଝିଆ ସେଠ, ଚନ୍ଦନ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ। ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ୨୪ ହଜାର କେଜି ପ୍ଲାଷ୍ଟିକ ଆଦାୟ ହେବ ବୋଲି ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜିଲ୍ଲା ଯୁବ ଅଧିକାରୀ ନାଭିନୀତ କୁମାର ପ୍ରକାଶ କରିଥିଲେ