ଭୁବନେଶ୍ୱର:ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ଏହି ତଥ୍ୟ ଦିଆଯାଇଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି। ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲେ ବି ସେମାନଙ୍କର ଏଥିପାଇଁ ପ୍ରାଣହାନୀ ହୋଇନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।