ଉଲୁଣ୍ଡା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବୀରମହାରାଜପୁର -(ଶାନ୍ତନୁ କୁମାର କର୍ଣ୍ଣ) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଓ ସମସ୍ୟା ନିହିତ ୪୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ୨୫ ଗୋଟି ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ ୧୭ ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୯ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ମୁଖ୍ୟମନ୍ତ୍ରୀ ସହାୟତା କୋଷ ରୁ ସହାୟତା ପାଇଁ କ୍ଷମାଲୋଇ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସିନ୍ଦ୍ରିଆବାହାଲ ର ନଳିନୀ କୁମ୍ଭାରଙ୍କ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ ଶିବିରରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ର ୧୨ ଜଣ ଯୋଗ୍ୟ ହିତାଧିକାରୀ – ସୀତା ପେରା, ଠାକୁର ମହାନନ୍ଦ, ଶମ୍ଭୁ ବାଦୀ, କୁମାରୀ ବେସ୍ରା, ଦେବକୀ ସେଠୀ, ମାଧବୀ ପରଡିଆ, ସୀତା ସେଠୀ, ଘରଜୁଗୀ ସେଠୀ, ହେମକାନ୍ତି ସେଠ, ମୀରା ବେଦବାକ, ଯଜ୍ଞ ବାଗ, ଓ ବିନୋଦ ବିହାରୀ ନନ୍ଦ ପ୍ରମୁଖଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ମଧୁବାବୁ ପେନସନ ଯୋଜନା ମାଧ୍ୟମରେ ଜିଲ୍ଲାପାଳ ଙ୍କ ଦ୍ୱାରା ପ୍ରଥମ କିସ୍ତି ଭତ୍ତା ପ୍ରଦାନ କରାଯାଇଥିଲା l ଉଲୁଣ୍ଡା ବିଡ଼ିଓ କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଆଜି ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସନତ କୁମାର ନାୟକ , ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ଅବକାରୀ ଆରକ୍ଷୀ ଅଧିକ୍ଷକ ସୁମତି ତ୍ରିପାଠୀ,ଏସ୍ଡିପିଓ ବୀରମହାରାଜପୁର ଡ଼ୋଲାମଣୀ ଭୋଇ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟକ୍ରମ ଅଧିକାରୀ ଅନିତା ଗୁରୁ, ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l