ଢେଙ୍କାନାଳ କଂଗ୍ରେସ କମିଟି ପକ୍ଷରୁ ବ୍ଲକ ଘେରାଉ

ଢେଙ୍କାନାଳ ୧୮/୦୮: ରାଜ୍ୟର ବିଭିନ୍ନ ବ୍ଲକ ଅଫିସ ମାନଙ୍କରେ ବ୍ୟାପକ ପି.ସି. କାରବାର, ଆବାସ ଯୋଜନାରେ ଦୁର୍ନୀତି, ଦରଦାମ ବୃଦ୍ଧି, ବେକାରୀ, ନାରୀ ନିର୍ଯ୍ୟାତନା, ଚାଷୀମାରଣ ନୀତି, ଟାଟା କମ୍ପାନୀର ଖାଉଟି ବିରୋଧ ବିଜୁଳି ନୀତି ବିରୁଦ୍ଧରେ ନିମ୍ନଲିଖତ ୯ ଗୋଟି ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ ସଭାପତି ସମ୍ମାନନୀୟ ଶ୍ରୀଯୁକ୍ତ ଶରତ ପଟ୍ଟନାୟକଙ୍କ ଡାକରାରେ ଅଗଷ୍ଟ ୧୮ ତାରିଖ ଶୁକ୍ରବାର ଦିବା ୧୦ ଘଂଟା ସମୟରେ ‘ବ୍ଲକ ଘେରାଉ’ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଢେଙ୍କାନାଳ କଂଗ୍ରେସ କମିଟି ପକ୍ଷରୁ ସଦର ବ୍ଲକ ସମ୍ମୁଖରେ ସକାଳ ୧୦ଘଟିକା ସମୟରେ ବ୍ଲକ ଘେରାଉ କାର୍ଯ୍ୟକ୍ରମ କରାଯାଇଛି। ବିଜେଡ଼ି ସରକାର- ପିସି ସରକାର ବ୍ଲକସ୍ତରରେ ଚାଲିଥିବା ୧୫ ରୁ ୫୦% ପିସି କାରବାର ବନ୍ଦ କର ଏବେ ରାଜ୍ୟ ସରକାର ନବୀନ ଓଡ଼ିଶା ଯୋଜନାରେ ପ୍ରତି ପଂଚାୟତକୁ ଦେଉଥିବା ୫୦ ଲକ୍ଷ ଟଙ୍କା ସିଧାସଳଖ ପଂଚାୟତକୁ ଦିଆଯାଉ ଏବଂ ଗ୍ରାମ ସଭାର କେଉଁ ବାବଦରେ ଏହି ଅର୍ଥ ଖର୍ଚ୍ଚ ହେବ ତାହା ନିଷ୍ପତି ମୁତାବକ ପାରିତ ହେଲା ପରେ ପଂଚାୟତରେ ଏହି ଅର୍ଥ ଖର୍ଚ୍ଚ କରାଯାଉ ।
ଖାଲିପଡ଼ିଥିବା ୨,୨୬,୫୫୯ ସରକାରୀ ପଦବୀକୁ ତୁରନ୍ତ ପୂରଣ କର ଏବଂ ରାଜ୍ୟର ସମସ୍ତ ଅସ୍ଥାୟୀ କର୍ମଚାରୀଙ୍କୁ ତୁରନ୍ତ ସ୍ଥାୟୀ କର । ବେକାରୀ ଯୁବକଯୁବତୀଙ୍କୁ ନିଯୁକ୍ତି ଦିଅ ।
ପେଟ୍ରୋଲ, ଡିଜେଲ, ଗ୍ୟାସ, କିରୋସିନି ଭଳି ସମସ୍ତ ନିତ୍ୟବ୍ୟବହାର୍ଯ୍ୟ ପଦାର୍ଥ ଯଥା ଲୁଣ ଠାରୁ ତେଲ ପର୍ଯ୍ୟନ୍ତ ଦରଦାମ ବୃଦ୍ଧି ବନ୍ଦକର ।

  • କୃଷିଜାତ ପଦାର୍ଥର ଅଭାବି ବିକ୍ରୀ ବନ୍ଦ କର, କଟ୍‌ନି ଛଟନି ବନ୍ଦ କର ଓ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲିବାର ବ୍ୟବସ୍ଥା କର ।
  • ଲୋ ଭୋଲଟେଜ, ପାଓ୍ବାରକଟ, ବିଦ୍ୟୁତ ଦେୟ ବୃଦ୍ଧି ବନ୍ଦ କର । ଟାଟା କମ୍ପାନୀର ଖାଉଟି ମାରଣ ବିଜୁଳି ନୀତି ବନ୍ଦ କର ।
  • ଅନୁସୂଚୀତ ଜାତି, ଜନଜାତି, ପଛୁଆବର୍ଗ ପାଇଁ କଂଗ୍ରେସ ଦେଇଥିବା ଅଧିକାରକୁ କ୍ଷୁଣ୍ଣ କରିବା
    ବନ୍ଦ କର ।
  • ନାରୀ ନିର୍ଯ୍ୟାତନା ବନ୍ଦ କର । ନାରୀ ମାନଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କର ।
  • ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧ୍ୟାକାରୀ ଚୟନ ବେଳେ କୌଣସି ପ୍ରକାର ପ୍ରିୟାପ୍ରୀତି ତୋଷଣ କରାନଯାଉ । ରାଜ୍ୟର ପ୍ରକୃତ ଗରୀବ ବାସହୀନ ହିତାଧ୍ୟାକାରୀଙ୍କୁ ଆବାସ ଯୋଜନାରେ ସାମିଲ କରାଯାଉ । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସଭାପତି ଶ୍ରୀ ସରୋଜ କୁମାର ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ, ପୂର୍ବତନ ସଭାପତି ସୁରେଶ ଚନ୍ଦ୍ର ପାଣିଗ୍ରାହୀ, ପ୍ରେମ ଶଙ୍କର ମିଶ୍ର,ଓ ମହିଳା ସଭାନେତ୍ରୀ ସସ୍ମିତାରାଣୀ ସାମଲ ପ୍ରମୁଖ ଉପସ୍ଥିତ ରହିଥିଲେ