କୈଳାଶପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ରେ ବୁଡୁ ଭାଇ ସମ୍ମାନିତ

ରାୟଗଡା,(ଅମୁଲ୍ୟ ନିଶ) : କୋଲନରା ବ୍ଲକ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୈଳାଶପୁର ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଷ୍ଣୁପ୍ରସାଦ ଘଡେଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ କୋଲନରା ଗୋଷ୍ଠୀ ଶିକ୍ଷା ଅଧିକାରୀ ମଞ୍ଜୁଲତା ଜେନା ଯୋଗ ଦେଇଥିଲେ | ସେହିପରି କୋଲନରା ପଞ୍ଚାୟତ ସମିତି ଅଧକ୍ଷା ସଂଯୁକ୍ତା କୁଲିସିକା, ସ୍ଥାନୀୟ ସରପଞ୍ଚ ହେମାବତୀ କଣ୍ଡାଗରି, ମୁକୁନ୍ଦପୁର ସରପଞ୍ଚ ସାନ୍ତୋଷିନୀ ହୁଇକା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାମାଞ୍ଜୁଲ ମାଣ୍ଡାଙ୍ଗି, ମୁକୁନ୍ଦପୁର ସମିତି ସଭ୍ୟ ଅଜୟ ନିଶାଲ ଓ ବଡ ଖିଲାପଦର ସମିତି ସଭ୍ୟ କୈଳାଶ ହିକକା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ | ପ୍ରାରମ୍ଭରେ ଅତିଥି ପରିଚୟ ସହ ଅତିଥିଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା | ପରେ ଅଧ୍ୟୟନରତ ଛାତ୍ରୀ ମାନଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା | ଅଧ୍ୟାପକ ଗୌରାଙ୍ଗ ପ୍ରସାଦ ପାଣିଗ୍ରାହୀ ବାର୍ଷିକ ବିବରଣୀ ପାଠ କରିଥିଲେ | ବିଦ୍ୟାର୍ଥୀ ମାନଙ୍କ ଲୁକ୍କାୟିତ ପ୍ରତିଭା ଚୟନ ଦିଗରେ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଥାଏ | ପାଠପଢା ସହିତ କ୍ରୀଡ଼ାରେ ଜଡିତ ରହିଲେ ଛାତ୍ରଛାତ୍ରୀ ମାନଙ୍କ ମୌଖିକ ବିକାଶ ହେବା ସହ କଠିନ ପରିଶ୍ରମ ହିଁ ଜୀବନରେ ସଫଳତା ଆଣିଦେଇଥାଏ ବୋଲି ମୁଖ୍ୟ ଅତିଥି ଶ୍ରୀ ସାରକା ନିଜ ଅଭିଭାଷଣରେ କହିଥିଲେ | ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଅନୁସୂଚିତ ଜନଜାତି ପିଲାଙ୍କ ଉଚ୍ଚ ଶିକ୍ଷା ନିମନ୍ତେ ସରକାରଙ୍କ ବିଭିନ୍ନ ପ୍ରକାର ଯୋଜନା ସମ୍ପର୍କରେ ମୁଖ୍ୟ ବକ୍ତା ଶ୍ରୀମତି ଜେନା କହିଥିଲେ କରିଥିଲେ | ଏହି ଅବସରରେ ବିଭିନ୍ନ କ୍ରୀଡ଼ାରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରି ଉତ୍ସାହିତ କରିଥିଲେ l ଠିକ ସେହିପରି ଏହି ସ୍କୁଲ ର ପୂର୍ବତନ ପରିଚାଳନା କମିଟି ସଭାପତି ଚନ୍ଦ୍ରଶେଖର ନାଇଡ଼ୁ ( ବୁଡୁ ଭାଇ )ସଦା ସର୍ବଦା ସ୍କୁଲର ଅଭାବ ଅସୁବିଧା ସମୟର ଉପସ୍ଥିତ ରହି ସ୍କୁଲ କୁ ପ୍ରଗତୀ ପଥରେ ଆଗେଇ ନେଇଥାନ୍ତି ବୋଲି ସ୍କୁଲ ର ପ୍ରଧାନ ଶିକ୍ଷକ ବିଷ୍ଣୁପ୍ରସାଦ ଘଡେଇ ମନ୍ତ୍ରୀଙ୍କୁ ଅନୁରୋଧ କରି ବୁଡୁ ଭାଇ ଙ୍କୁ ସମ୍ମାନିତ କରିଥିଲେ l ଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା | ଶେଷରେ ଅଧ୍ୟାପିକା ସୌଦାମିନୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ | ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପକ ଗୌରାଙ୍ଗ ପ୍ରସାଦ ପାଣିଗ୍ରାହୀ ଓ ସନ୍ତୋଷ ମିଶ୍ର ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ |