ରାୟଗଡା,୧୯/୧୨(ପ୍ରଫୁଲ କୁମାର ବେହେରା): ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣାପଶ୍ଚିମାଚଂଳର ୬ଟି ଜିଲ୍ଳାର ୯୨୪ଜଣ ତୀର୍ଥଯାତ୍ରୀ ଓ ୩୦ଜଣ ଏସକର୍ଟ କର୍ମକର୍ତାମାନେ ଆଜି ରାୟଗଡା ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ସିରିଡ଼ି ନାସିକ ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି । ଆଦିବାସୀ କଲ୍ୟାଣ ତଥା ଆଇନ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତୀର୍ଥଯାତ୍ରୀମାନେ ଯାଉଥିବା ସ୍ୱତନ୍ତ୍ର ଟ୍ରେନରେ ଫିତା କାଟିବା ସହ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତି ଅନୁସୂୟା ମାଝି, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ରାଜ୍ୟ ଉପଦେଷ୍ଠା ଦୁର୍ଗାପ୍ରସାଦ ସାମନ୍ତରାଏ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟ ଉପଦେଷ୍ଠା ସୁଧୀର କୁମାର ଦାସ, ଜିଲ୍ଳା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ୱତୀ ମାଝି, ଅତିରକ୍ତ ଜିଲ୍ଲାପାଳ ଭାସ୍କର ରଇତ, ନଗର ଅଧ୍ୟକ୍ଷ ପି.ମହେଶ ପଟ୍ଟନାୟକଙ୍କ ପ୍ରମୁଖ ଯୋଗଦାନ କରି ବରିଷ୍ଠ ନାଗରିକ ମାଙ୍କୁ ଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭରମ୍ବ କରିଥିଲେ l ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ତୀର୍ଥଯାତ୍ରା କରିବାକୁ ମଧ୍ୟ ମନ ବଳାଇଥାନ୍ତି ତେବେ ଅର୍ଥାଭାବରୁ ତଥା ପାରିବାରିକ ଆର୍ଥିକସ୍ଥିତି ଉଜ୍ୱଳ ନ ଥିବାରୁ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତି ନାହିଁ । ଗତକାଲି ଉକ୍ତ ଛଅଟି ଜିଲ୍ଳାର ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣୀ ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସଂଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଆଜି ରାୟଗଡା ରେଳବାଇ ଷ୍ଟେସନ ସମ୍ମୁଖରେ ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଦେଇ ସ୍ୱାଗତ କରାଯାଇଥିବା ବେଳେ ଷ୍ଟେସନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା ।