ଗୁଣପୁର,(ସିଦ୍ଧାର୍ଥ ଦାସ):- ଗୁଣପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସ୍ନାତକ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ ଗତକାଲି ତା .୨୪/୦୧/୨୦୨୪ ରେ ପାଳିତ ହୋଇଯାଇଛି । ଦୁଇଟି ପର୍ଯ୍ୟାୟରେ ଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଗୁଣପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟରେ ସ୍ନାତକ ଶ୍ରେଣୀର ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଉଭୟ ସଭାରେ ସଭାପତିତ୍ୱ କରିଥିଲେ ଅନୁଷ୍ଠାନର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ମୋହନ ଚନ୍ଦ୍ର ସାହୁ । ଅଧ୍ୟକ୍ଷ ଶ୍ରୀଯୁକ୍ତ ଶଶୀଭୂଷଣ ମହାନ୍ତି ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଏଥିରେ ସ୍ଥାନୀୟ ତହସିଲଦାର ଲୀଳାବତୀ ଆଚାର୍ଯ୍ୟୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବହୁତ ପ୍ରଶଂସା କରିଥିଲେ । ସେହିପରି ସ୍ନାତକ ଶ୍ରେଣୀର ସଭାକାର୍ଯ୍ୟରେ ଅନୁଷ୍ଠାନର ପ୍ରାକ୍ତନ ଅଧ୍ୟକ୍ଷା ଡକ୍ଟର ଇନ୍ଦିରା ଅଧିକାରୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ଓଡ଼ିଆ ସାହିତ୍ୟର ମହନୀୟତା ସଂପର୍କରେ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଗୁଣପୁର ଆଦର୍ଶ ଥାନା ଅଧିକାରୀ ଶ୍ରୀ ଉତ୍ତମ କୁମାର ସାହୁ ଯୋଗ ଦେଇଥିଲେ । ଅଧ୍ୟାପକ ଗୋକୁଳାନନ୍ଦ ସାହୁ ଓ ଅଧ୍ୟାପକ ଡକ୍ଟର ସତ୍ୟବାନ ଗରଡ଼ା ଅତିଥି ପରିଚୟ ପ୍ରଦାନ କରିଥିଲେ । ଏ ଉଭୟ କାର୍ଯ୍ୟକ୍ରମର ନୋଡାଲ ଅଫିସର ଯଥାକ୍ରମେ ଅଧ୍ୟାପକ ପ୍ରିୟବ୍ରତ ମହାକୁର ଓ ଅଧ୍ୟାପକ ଜଗନ୍ନାଥ ଦୀପ କାର୍ଯ୍ୟକ୍ରମର ବୀବରଣୀ ପାଠ କରିଥିଲେ । ଅଧ୍ୟାପିକା ଡକ୍ଟର ଦେବୀଶ୍ରୀ ମହାପାତ୍ର ଓ ଅଧ୍ୟାପକ ଅମିୟ ରଞ୍ଜନ ମହାନ୍ତି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ପ୍ରାଧ୍ୟାପକ ଡକ୍ଟର ସୂର୍ଯ୍ୟନାରାୟଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଗୁଡ଼ିକରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶେଷରେ ପୁରସ୍କୃତ କରାଯାଇଥିଲା । ପ୍ରାଧ୍ୟାପକ ଡକ୍ଟର ଜୱାହାରଲାଲ୍ ଚୌଧୁରୀ ,ଅଧ୍ୟାପକ ଜ୍ୟୋତିରଂଜନ ପଟ୍ଟନାୟକ, ଅଧ୍ୟାପକ ସତିଶ କୁମାର ପଟ୍ଟନାୟକ , ଅଧ୍ୟାପିକା ବନ୍ଦିତା ଧୁରୁଆ, ଅଧ୍ୟାପିକା ଦୀପ୍ତିମୟୀ ବଡ଼ରଇତ, ଅଧ୍ୟାପିକା ଚିତ୍ରା ମିଶ୍ର, ଅଧ୍ୟାପକ ଲକ୍ଷ୍ମଣ ଶବର ପ୍ରମୁଖ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ପରିଶେଷରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଏକ ପୌରାଣିକ ନାଟକ ଶ୍ରୀଗୁଣ୍ଡିଚା ପରିବେଷଣ କରାଯାଇଥିଲା ।