ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପ୍ରକଳ୍ପର ସାମାଜିକ ସମୀକ୍ଷା ଅନୁଷ୍ଠିତ

ସୁବର୍ଣ୍ଣପୁର,(ଚୈତନ୍ୟ ଭୁକ୍ତା):ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟିତ୍ୱ ଓ ସ୍ୱଛତା ସମିତି ତରଫରୁ ଆଜି ପ୍ରଥମ ପର୍ଯ୍ୟାୟ ରେ ସଦର ବ୍ଲକ ରେଙ୍ଗାଲି, ଲଛୀପୁର,ଖଲିଆପାଲି ଗ୍ରାମ ପଂଚାୟତରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଗତ ଛଅ ମାସରେ ହୋଇଥିବା ପ୍ରକଳ୍ପର ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି! ଗ୍ରାମ ପଂଚାୟତ ତଥା ଉଦ୍ୟାନ ବିଭାଗ, ବନ ବିଭାଗ ତରଫରୁ ହାତକୁ ନିଆଯାଇଥିବା ପ୍ରକଳ୍ପ ଗୁଡିକର କାର୍ଯ୍ୟସ୍ଥଳ ପରିଦର୍ଶନ ସହ ନଥିପତ୍ର ଯାଞ୍ଚ କରାଯାଇଥିଲା। ଏଥିରେ ଗ୍ରାମ ସ୍ତରରେ କାର୍ଯ୍ୟରତ ଗ୍ରାମ ସମ୍ବଳ କର୍ମୀ (ଭି ଆର ପି )ସାତ ଦିନ ପର୍ଯ୍ୟନ୍ତ ବିଭିନ୍ନ ଗ୍ରାମକୁ ଯାଇ ଅଣକୁଶଳୀ ଶ୍ରମିକ ମାନଙ୍କୁ ଭେଟିବା ସହ ବିଭିନ୍ନ ପ୍ରକାର ଅଭିଯୋଗ ସଂଗ୍ରହ କରିଥିଲେ। ଆଜି ଗ୍ରାମସଭା ବୈଠକ ରେ ତାହା ଉପସ୍ଥାପନା କରିଥିଲେ। ରେଙ୍ଗାଲି ପଂଚାୟତରେ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ୍ମନାଭ ପଣ୍ଡା,ଗ୍ରାମ ରୋଜଗାର ସେବକ ଚନ୍ଦ୍ରମଣି ଭୋଇ, ସରପଞ୍ଚ ପ୍ରଦୀପ ବାଘ, ବ୍ଲକ ସାମାଜିକ ସମୀକ୍ଷକ ସୁଦାମ ଗାଈଗରିଆ, ଭି ଆର ପି ରଂଜିତା ବଗର୍ତି, ଭାରତୀ ମେହେର, ସସ୍ମିତା ବାରିକ ଯୋଗ ଦେଇଥିଲେ।