ଓଏସ୍ଇଏଫଡ଼ି ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଓ ଆଲୋଚ଼ନା ଚ଼କ୍ର

ଆଜି ନୟାଗଡ଼ ଜିଲ୍ଲା ରାଜସୁନାଖଳା ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ ର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଓ “ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଓ ସ୍ବତନ୍ତ୍ର ଶିକ୍ଷକ” ଶୀର୍ଷକ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଥମେ ସଂଘ ପକ୍ଷରୁ ଓଡ଼ିଶା‌ ବିଧାନସଭା ର ସମ୍ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଅନ୍ୟ ଅତିଥି ବୃନ୍ଦ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଓଏସ୍ଇଏଫଡ଼ି ସଂଘ ର ଯୁଗ୍ମ ସମ୍ପାଦକ ଆୟୁଷ୍ମାନ ଚୌଧୁରୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନା ଚକ୍ର ରେ ମୁଖ୍ୟଅତିଥି ଭାବେ ଓଡ଼ିଶା ବିଧାନସଭାର ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ସମ୍ମାନିତ ଅତିଥି ଭାବେ ସକ୍ଷମ ସଂଗଠନ ର ସମ୍ପାଦିକା ଶ୍ରୀମତୀ ମନସ୍ମିତା ଜେନା,ମୁଖ୍ୟବକ୍ତା ଭାବେ ସକ୍ଷମ ସଂଗଠନ ର ଉପସଭାପତି ପ୍ରଫେସର ଡ଼ଃ ବିନୟ ଭୂଷଣ ମହାପାତ୍ରପ୍ରମୁଖ ଯୋଗଦେଇ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଓ ସ୍ବତନ୍ତ୍ର ଶିକ୍ଷକ ଶୀର୍ଷକ ଉପରେ ବିସ୍ତୃତ ଆଲୋଚନା କରିଥିଲେ ଏବଂ ମାନ୍ୟବର ସୁପ୍ରିମକୋର୍ଟ ଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ର ସମସ୍ତ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ ଓ କ୍ରମାଗତ ଭାବେ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ସଂଖ୍ୟା କମିବା ପ୍ରସଙ୍ଗ ଆଦି ଆଲୋଚନା ହୋଇଥିଲା। ମାନ୍ୟବର ବାଚସ୍ପତି ଶ୍ରୀମତୀ ପାଢ଼ୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ସମ୍ପର୍କରେ ବିହିତ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ।ସଂଘ ର ସଭାପତି ସୂର୍ଯ୍ୟକାନ୍ତ ବେହେରା ସ୍ବାଗତ ଭାଷଣ ରଖିଥିବା ସ୍ଥଳେ ସମ୍ପାଦକ ଜୀବନ କୁମାର ବେହେରା ଧନ୍ୟବାଦ୍ ଅର୍ପଣ କରି ସଭା ଶେଷ କରିଥିଲେ।ଉକ୍ତ ସଭାରେ ଅଭିଭାବକ ମାନେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ।ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷ ମାନଙ୍କୁ ମୁଖ୍ୟ ଅତିଥି ଶ୍ରୀମତୀ ପାଢ଼ୀ ଓ ଅନ୍ୟ ବରେଣ୍ୟ ଅତିଥି ମାନଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ରାଜ୍ୟ କୋଷାଧ୍ୟକ୍ଷ ରୈପ୍ୟ ରଞ୍ଜନ ସାମନ୍ତରାୟ,ନୟାଗଡ଼ ଜିଲ୍ଲା ସଭାନେତ୍ରୀ ତୃପ୍ତିମୟୀ‌ ପ୍ରଧାନ, ସମ୍ପାଦିକା ଶୁଭସ୍ମିତା ମିଶ୍ର, ଉପସଭାନେତ୍ରୀ ଆର୍ଷୀ ଉପାସନା କର, ଯୁଗ୍ମ ସମ୍ପାଦକ ଶିବପ୍ରସାଦ ମିଶ୍ର ଙ୍କ ସମେତ ୫୦୦ ରୁ ଉର୍ଦ୍ଧ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।