ରାୟଗଡା,୨୧।୧୦ (ସିଦ୍ଧାର୍ଥ ଦାଶ) : ରାୟଗଡା ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ଗତ ଶୁକ୍ରବାର ଓକିଲଗୁଡା ପଥର ଖାଦାନରେ ବିସ୍ଫୋରଣ ଘଟି ତିନିଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ୬ ଗୁରୁତର ହୋଇଥିଲେ। ଏହି ଘଟଣାରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ଏହି ସମୟରେ ଲକ୍ଷ୍ମୀନାରାୟଣ ଜିଲ୍ଲା ମୁଖ୍ୟାଳୟରେ ରହିବେ। ସେ ରାୟଗଡ଼ା ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି ।