ରାଜ୍ୟରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ ସଂଖ୍ୟା, ଦିନକରେ ୩୨ ମୃତ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ

ଭୁବନେଶ୍ବର: ରାଜ୍ୟରେ ଲାଗୁ ହୋଇଛି ଲକ୍‌ଡାଉନ୍, ସଟ୍‌ଡାଉନ୍‌ ଭଳି କଟକଣା। ହେଲେ ଏବେ ବି କରୋନା ସଂକ୍ରମଣକୁ ପ୍ରତିହତ କରିବାରେ ସଫଳ ହୋଇ ନାହିଁ କଟକଣା। ଦିନକୁ ଦିନ ରାଜ୍ୟରେ ଉପର ମୁହାଁ ହେଉଛି କରୋନା ଗ୍ରାଫ। ଅନ୍ୟପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧,୦୫୯ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ହୋଇଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଅନ୍ୟପଟେ ନବରଙ୍ଗପୁର , ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।