ଭୁବନେଶ୍ବର: ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରେସମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ବାହାନଗା-ରେମୁଣା ମଧ୍ୟରେ ବରଜଧଉଳି ଗାଁ ନିକଟରେ ଲ୍ୟାଣ୍ଡଫଲ୍ କରିବ ‘ୟାସ୍’।
ବାଲେଶ୍ବରରେ ଅଧିକ ପ୍ରଭାବ ପଡିବ। ଭଦ୍ରକ, ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ମୟୁରଭଞ୍ଜରେ ମଧ୍ୟ ବାତ୍ୟା ‘ୟାସ୍’ ପ୍ରଭାବ ପକାଇବ।
ଲ୍ୟାଣ୍ଡଫଲ୍ ପ୍ରଭାବରେ ପବନର ବେଗ ପ୍ରବଳରୁ ଅତି ପ୍ରବଳ ହୋଇଥିବା ବେଳେ ବର୍ଷାର ପରିମାଣ ମଧ୍ୟ ବଢ଼ିବାରେ ଲାଗିଛି। ପବନର ବେଗ ୧୨୦ରୁ ୧୩୦ କି.ମି ଥିବା ସୂଚନା। ସମୁଦ୍ର ଜୁଆର ମଧ୍ୟ କୂଳ ଲଙ୍ଘିବାରେ ଲାଗିଛି। ଆଜି ପୂର୍ଣ୍ଣିମା ହୋଇଥିବାରୁ ସମୁଦ୍ରରେ ଉଚ୍ଚା ଜୁଆର ମଧ୍ୟ ଦେଖିବାକୁ ମିଳିଛି।
ବାତ୍ୟା ‘ୟାସ୍’ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି। ମୟୁରଭଞ୍ଜ କୁସୁମୀରେ ସର୍ବାଧିକ ୩୦୪ ମିମି ବର୍ଷା ରେକର୍ଡ କରାଯାଇଛି। ଚାନ୍ଦବାଲିରେ ୨୮୮ ମିମି, ଭଦ୍ରକରେ ୨୬୭ ମିମି ବର୍ଷା ରେକର୍ଡ କରାଯାଇଛି।