ନୂଆଦିଲ୍ଲୀ: କରୋନା କବଳରେ ସାରା ବିଶ୍ୱ। ଭାରତରେ ଦିନକୁ ଦିନ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସକାଳ ୮ଟା ସୁଦ୍ଧା ଭାରତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ଅତିକ୍ରମ କରିସାରିଲାଣି
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୧୧,୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩୧୧ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୮,୦୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୯୨୨ ମଧ୍ୟରୁ ୯୧୯୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୧,୪୯,୩୪୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧,୬୨,୩୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କ ଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର।