କର୍ଣ୍ଣାଟକ,୦୩।୦୮: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ ୟେଦୁରପ୍ପା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି ।
ମୁଁ କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛି | ମୁଁ ଭଲ ଥିବାବେଳେ ଡାକ୍ତରଙ୍କ ସୁପାରିଶ କ୍ରମେ ମୋତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଁ ଅନୁରୋଧ କରୁଛି ଯେଉଁମାନେ ନିକଟରେ ମୋ ସହିତ ଯୋଗାଯୋଗ କରିଛନ୍ତି, ସେମାନେ ନିରୀକ୍ଷଣ କରନ୍ତୁ ବୋଲି କହିଛନ୍ତି
ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ମଧ୍ୟ ଅନୁରୋଧ କରିଛନ୍ତି ।
ପୁରୁଣା ବିମାନବନ୍ଦର ରୋଡରେ ଅବସ୍ଥିତ ମଣିପାଳ ହସ୍ପିଟାଲରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ ଭର୍ତ୍ତି କରାଯାଇଛି। ସେ ୩୧ ଜୁଲାଇରେ ରାଜ୍ୟପାଳଙ୍କୁ ମଧ୍ୟ ଭେଟିଥିଲେ। ଏହାପୂର୍ବରୁ ରବିବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ କରୋନା ପଜିଟୁଭ୍ ବୋଲି ଜଣାପଡିଛି । ଏନେଇ ସେ ଟ୍ୱିଟରେ କରୋନା ପଜିଟିଭ୍ ହେବା ନେଇ ନିଜେ ସୂଚନା ଦେଇଛନ୍ତି । ଏହା ପରେ ତାଙ୍କୁ ଗୁରୁଗ୍ରାମର ମେଡାଣ୍ଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।