କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କରୋନା

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି “ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଡାକ୍ତରଙ୍କ ପରାମର୍ଶ କ୍ରମେ କରୋନା ସତର୍କତା ପାଇଁ ଡାକ୍ତରଖାନାରେ ମଧ୍ୟ ଆଡ୍‌ମିସନ ହୋଇଛି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ଶରୀରରେ ଦେଖା ଦେଉଥିବା ଲକ୍ଷଣକୁ ଅନୁଧ୍ୟାନ କରିବା ସହିତ ନିଜେ କ୍ୱାରେଣ୍ଟିନ୍‌ରେ ରହିବାକୁ ପରାମର୍ଶ ଦେଇଛନ୍ତି ସିଦ୍ଦରମୈୟା।