ନୂଆଦିଲ୍ଲୀ : କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜାତୀୟ ସ୍ତରର ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି । ତାଙ୍କୁ ଗୁରୁଗାଁଓସ୍ଥିତ ମେଦାନ୍ତ ହସପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବରୁ ତାଙ୍କର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେ ଏକାନ୍ତବାସରେ ଥିଲେ । ଗତକାଲି ତାଙ୍କର ନମୁନା ପରୀକ୍ଷଣ ପାଇଁ ନିଆଯାଇଥିଲା । ଆଜି ତାହା କରୋନା ପଜିଟିଭ ଥିବା ଜଣାପଡ଼ିଛି । ଗତ ରବିବାରଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମିତ ଥିବା ଜଣାପଡ଼ିଥିଲା । ଏହା ପରେ ତାଙ୍କୁ ମେଦାନ୍ତ ହସପିଟାଲରେ ଭର୍ତ୍ତି କରାଯାଇଥିଲା ।