ମୁମ୍ବାଇ,୦୯।୦୯ : ବେଆଇନ ନିଶା କାରବାର ଅଭିଯୋଗରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଆଜି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରିଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମଙ୍ଗଳବାର ସଂଧ୍ୟାରେ ରିୟା ତାଙ୍କ ଓକିଲଙ୍କ ଜରିଆରେ ଜାମିନ ପାଇଁ ଆବେଦନ କରିଥିଲେ। ଏନ୍ସିବି ବିରୋଧ କରିବା ସହ ତାଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇବାକୁ ଯୁକ୍ତି ବାଢ଼ିଥିଲା। ଭିଡିଓ କନଫରେନସିଂ ଜରିଆରେ ମୁମ୍ବାଇର ଏକ ଅଦାଲତ ଏହି ମାମଲାର ଶୁଣାଣି କରି ରିୟାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ସେ ଏବେ ୨୨ ତାରିଖ ପର୍ଯ୍ୟନ୍ତ ଜେଲରେ ରହିବେ।