ରାଜ୍ୟରେ ଆଉ ୬୨ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି। ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।