ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଯୋଗ ଦେଇଥିବା ବେଳେ ଅନ୍ୟ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଲୋକସେବା ଭବନରେ ଉପସ୍ଥିତ ଥିଲେ । ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତର ମାନ୍ୟତା ଉପରେ ଲାଗିଛି କ୍ୟାବିନେଟ ମୋହର । ଏହା ସହ ଅନ୍ୟାନ୍ୟ ବିଭାଗର କିଛି ପ୍ରସ୍ତାବକୁ ମିଳିଛି ଅନୁମତି । ଏ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ।