ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ର ଗୁରୁତ୍ୱପୂର୍ଣ୍ଣ ବୈଠକ ।

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଆଜି ସନ୍ଧ୍ୟା ୭ଟା ୪୫ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଆଜି ସନ୍ଧ୍ୟାରେ ହେବାକୁ ଯାଉଛି ଏହି ବୈଠକ।

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହେବାକୁ ଥିବାବେଳେ ଏଥିରେ ମୋଟ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ତେବେ ମିଳିଥିବା ସୂଚନା ମୁତାବକ, ରାଜ୍ୟ ସରକାର ରଥଯାତ୍ରା ଉପରେ କିଛି ନିଷ୍ପତି ନେଇପାରନ୍ତି, ପଞ୍ଚାୟତିରାଜ, ଅର୍ଥ, କୃଷି ବିଭାଗରୁ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ରେ ମୋହର ବାଜିବ ବୋଲି ସୂତ୍ରରୁ ଜଣାପଡିଛି।